ସଜାଗ ଓ ଜାଗ୍ରତ କରିବା ଯାହାର ଲକ୍ଷ୍ୟ…

ବିରୋଧୀ ଙ୍କ ପ୍ରଶ୍ନ ର ଉତ୍ତର ରେ ଟ୍ରଷ୍ଟ ଗଠନ ନେଇ ସ୍ପଷ୍ଟୀକରଣ ରଖିଲେ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ..

ବିରୋଧୀ ଙ୍କ ଚର୍ଚ୍ଚାର ଅନ୍ତ ଘଟାଇ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ । ନବୀନ ପଟ୍ଟନାୟକ କହିଲେ କିଛି ନଜାଣି କରନ୍ତି ଅପପ୍ରଚାର । Trust ଗଠନ ନେଇ ସ୍ପଷ୍ଟୀକରଣ ରଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସେ କହିଲେ ଯେ ବିଜୁ ବାବୁ ଦାନଦକ୍ଷିଣା ପାଇଁ ଜଣାଶୁଣା ଥିଲେ । ୩୦ ବର୍ଷ ବୟସରେ ସେ ବିଜ୍ଞାନର ପ୍ରଚାରପ୍ରସାର ପାଇଁ କଳିଙ୍ଗ ଯୁନେସ୍କୋ ପୁରସ୍କାର ଦାନ କରିଥିଲେ । ସେ ନିଜ ଜୀବନରେ ଅନେକ ଭଲ କାମ କରିଛନ୍ତି । ମୁଁ, ମୋ ଭାଇ ଓ ଭଉଣୀ କଟକ ଆନନ୍ଦ ଭବନକୁ ଓଡ଼ିଶାବାସୀଙ୍କ ପାଇଁ ଦାନ କରିଥିଲୁ । ଯେବେ ମୁଁ ମୁମ୍ବାଇ ଯାଇଥିଲି ବେକ ଅପରେସନ ଅପରେସନ ପାଇଁ, ତା ପୂର୍ବରୁ ପ୍ରଥମେ ମୁଁ ଦିଲ୍ଲୀ ଯାଇଥିଲି । ସେଠି ଅନେକ ବଡ଼ ବଡ଼ ଓକିଲ ଓ CA ଙ୍କୁ ଭେଟିଥିଲି । ମୁଁ ବିଜୁ ବାବୁଙ୍କ ନାଁରେ ଏକ ଟ୍ରଷ୍ଟ ଗଠନ କରିବାକୁ ନିଷ୍ପତ୍ତି ନେଇଥିଲି ।
ଏହି ଟ୍ରଷ୍ଟ ଓଡ଼ିଶାବାସୀଙ୍କ ହିତ ପାଇଁ ଖୋଲିଲି । ମୋ ନିଜ ପାଣ୍ଠିରୁ ଏକ ଲକ୍ଷ ଟଙ୍କାର ଛୋଟ ଅର୍ଥ ରାଶିରୁ ଟ୍ରଷ୍ଟ ଆରମ୍ଭ କଲି. ବିଜେଡି କି ଦଳୀୟ ପାଣ୍ଠି ସହ ଏହାର କିଛି ସମ୍ପର୍କ ନାହିଁ । ଗଣମାଧ୍ୟମ negative story କରୁଥିବାରୁ, ମୁଁ ଏହି ସ୍ପଷ୍ଟୀକରଣ ରଖିଲି ।

Advertisement
Advertisement
Advertisement

Leave a Reply

Your email address will not be published. Required fields are marked *