ସଜାଗ ଓ ଜାଗ୍ରତ କରିବା ଯାହାର ଲକ୍ଷ୍ୟ…

ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାଖାପାଖି ଦକ୍ଷିଣ ବଙ୍ଗୋପ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ । 23 ତାରିଖ ଯାଏ ପାଗରେ ନାହିଁ ପରିବର୍ତ୍ତନ ।

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାଖାପାଖି ଦକ୍ଷିଣ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବା ବେଳେ ଏହାର ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ସମୁଦ୍ର ପତ୍ତନ ଠାରୁ ଏହାର ଉଚ୍ଚତା 1.5 କିଲୋମିଟର ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା  ମନୋରମା ମହାନ୍ତି କହିଛନ୍ତି,”ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାଖାପାଖି ଦକ୍ଷିଣ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ 21 ତାରିଖରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପରବର୍ତ୍ତୀ 48 ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହିତ ଅଧିକ ଘନୀଭୂତ ହୋଇ ତାହା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଦକ୍ଷିଣ ବଙ୍ଗୋପସାଗର କେନ୍ଦ୍ରିୟ ଭାଗରେ ଏବଂ ତାହାର ପାଖାପାଖି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ପାଖାପାଖି ରହିବା ସମ୍ଭାବନା ରହିଛି ।”ଏହି ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ପ୍ରତ୍ୟକ୍ଷ ଭାବେ ପଡିବାର ସମ୍ଭାବନା ନାହିଁ । କାଁ ଭାଁ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି କହିଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ।ସେ ଆଉ ମଧ୍ୟ କହିଛନ୍ତି,” ଆଜି ପାଗ ସ୍ୱାଭାବିକ ରହିବ । କାଁ ଭାଁ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର ଓଡ଼ିଶାର ପାଗ ମୁଖ୍ୟତଃ ଶୁଖିଲା ରହିବ । ଦକ୍ଷିଣ ଓଡ଼ିଶାର କାଁ ଭାଁ ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । 21 ତାରିଖରେ ମଧ୍ୟ ସ୍ଥିତି ସମାନ ରହିବ । 21 ତାରିଖ, 22 ତାରିଖ, 23 ତାରିଖରେ ପାଗ ପରିବର୍ତ୍ତନର ସମ୍ଭାବନା ନାହିଁ । ଅବପାତ ସୃଷ୍ଟି ହେବା ପରେ ପାଗ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି ।”

Advertisement
Advertisement
Advertisement

Leave a Reply

Your email address will not be published. Required fields are marked *