ରାଜ୍ୟର ୧ କୋଟିରୁ ଊର୍ଦ୍ଧ୍ୱ ମହିଳାଙ୍କୁ ମିଳିଲା ୫ ହଜାର କୋଟିରୁ ଅଧିକ ଟଙ୍କା
ଜଗତସିଂହପୁର: ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ରାଜ୍ୟର ମହିଳାମାନଙ୍କ ପାଇଁ ବଡ଼ ଉପହାର ଘୋଷଣା କରିଛନ୍ତି ରାଜ୍ୟ ସରକାର। ନୟାଗଡ଼ ଜିଲ୍ଲାର ଲାଠିପଡ଼ା ଠାରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସମଗ୍ର ରାଜ୍ୟର ଏକ କୋଟିରୁ ଊର୍ଦ୍ଧ୍ୱ ମହିଳା ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତିରେ ୫ ହଜାର କୋଟିରୁ ଅଧିକ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି।
ଏହି ଅବସରରେ ଜଗତସିଂହପୁର ସ୍ଥିତ ଆଦିକବି ସାରଳା ଦାସ ସଂସ୍କୃତି ଭବନଠାରେ ଜିଲ୍ଲାସ୍ତରୀୟ ସମାରୋହ ଆୟୋଜିତ ହୋଇଥିଲା। ସମାରୋହରେ ମାନନୀୟ ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ବିଧାୟକ ଶ୍ରୀ ଅମରେନ୍ଦ୍ର ଦାସ, ଜଗତସିଂହପୁର ସାଂସଦ ଡ. ବିଭୂ ପ୍ରସାଦ ତରାଇଙ୍କ ସମେତ ବହୁ ମାନ୍ୟଗଣ୍ୟ ଅତିଥି ଯୋଗଦେଇ ଜିଲ୍ଲାର ସୁଭଦ୍ରା ହିତାଧିକାରୀ ମହିଳାମାନଙ୍କୁ ସମ୍ବୋଧିତ କରିଥିଲେ।
ସରକାରଙ୍କ ‘ଲୋକଙ୍କ ସରକାର’ ଲକ୍ଷ୍ୟ ଅନୁଯାୟୀ ମହିଳା ସୁରକ୍ଷା, ସଶକ୍ତିକରଣ ଓ ଆର୍ଥିକ ସ୍ୱାଧୀନତାକୁ ଗୁରୁତ୍ୱ ଦିଆଯାଉଛି। ସୁଭଦ୍ରା ଯୋଜନା ମାଧ୍ୟମରେ ରାଜ୍ୟର ପ୍ରାୟ ଏକ କୋଟିରୁ ଊର୍ଦ୍ଧ୍ୱ ମହିଳା ଉପକୃତ ହେଉଥିବା ବେଳେ ଜଗତସିଂହପୁର ଜିଲ୍ଲାରେ ପ୍ରାୟ ୨ ଲକ୍ଷ ୭୯ ହଜାରରୁ ଊର୍ଦ୍ଧ୍ୱ ମହିଳା ଏହି ଯୋଜନାର ଲାଭ ପାଇଛନ୍ତି।
ପଞ୍ଚମ କିସ୍ତିରେ ମିଳିଥିବା ଏହି ଆର୍ଥିକ ସହାୟତା ମହିଳାମାନଙ୍କୁ ଅଧିକ ସକ୍ଷମ କରିବା ସହ ସେମାନଙ୍କ ଆର୍ଥିକ ସଶକ୍ତି କରଣରେ ସହାୟକ ହେବ ବୋଲି ଅତିଥିମାନେ ଆଶାବ୍ୟକ୍ତ କରିଥିଲେ।
ସୁଭଦ୍ରା ଯୋଜନା ମହିଳାମାନଙ୍କୁ ଆର୍ଥିକ ଭାବେ ସ୍ୱାବଲମ୍ବୀ କରିବା ସହ ପରିବାର ଓ ସମାଜରେ ସେମାନଙ୍କ ନିଷ୍ପତ୍ତି ନେବାର କ୍ଷମତାକୁ ଆହୁରି ମଜବୁତ କରିବ ବୋଲି କାର୍ଯ୍ୟକ୍ରମରେ ମତ ପ୍ରକାଶ ପାଇଥିଲା।
— ବିଭୁତି TV, ଜଗତସିଂହପୁର
ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ

















Leave a Reply