ପୁରୀ: ଆସନ୍ତା ୨୫ ତାରିଖରୁ ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ଥିବା ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ଗଣତି କାର୍ଯ୍ୟ ଆରମ୍ଭ ହେବ । ରାଜ୍ୟ ସରକାରଙ୍କ ମାର୍ଗ ଦର୍ଶିକା ଅନୁଯାୟୀ ସବୁ କାର୍ଯ୍ୟ ହେବ । ଏହି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ଗତକାଲି ରାଜ୍ୟ ସରକାରଙ୍କ ଏସଓପି ଅନୁଯାୟୀ କିଭଳି ସୁରକ୍ଷିତ ଭାବେ ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ଗଣତି କାର୍ଯ୍ୟ ହେବ ସେ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା ।
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ, ରତ୍ନଭଣ୍ଡାର ଉଚ୍ଚ ସ୍ତରୀୟ କମିଟିର ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଏହି ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ରତ୍ନ ଅଳଙ୍କାର ଗଣତି କାର୍ଯ୍ୟରେ ସାମିଲ ହେବାକୁ ଥିବା ସେବାୟତ ପ୍ରତିନିଧି, ପ୍ରଶାସନିକ ଅଧିକାରୀ ଓ ଅନ୍ୟାନ୍ୟ ପ୍ରାଧିକୃତ୍ ବ୍ୟକ୍ତି ବିଶେଷ ଏହି ବୈଠକରେ ଉପସ୍ଥିତ ରହି ମହାପ୍ରଭୁଙ୍କ କାର୍ଯ୍ୟକୁ କିଭଳି ସୁରୁଖୁରୁରେ ସମାପନ କରିବେ ସେ ନେଇ ବିସ୍ତୃତ ଆଲୋଚନା ହୋଇଥିଲା ।
ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର ଅରବିନ୍ଦ ପାଢ଼ୀ ନିଜ ପ୍ରତିକ୍ରିୟାରେ କହିଛନ୍ତି ଯେ ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ଗଣତି କାର୍ଯ୍ୟ ରାଜ୍ୟ ସରକାରଙ୍କ ମାର୍ଗ ଦର୍ଶିକା ଅନୁଯାୟୀ କିଭଳି ହେବ ସେନେଇ ବୈଠକରେ ଆଲୋଚନା ହୋଇଥିଲା । ମହାପ୍ରଭୁଙ୍କ ଏହି କାର୍ଯ୍ୟରେ ଭଣ୍ଡାର ମେକାପ ସେବକ ସମ୍ପୂର୍ଣ୍ଣ ସହଯୋଗ କରିବେ ବୋଲି ପ୍ରତିଶୃତି ଦୋଇଛନ୍ତି । ରତ୍ନ ଭଣ୍ଡାରରେ ଯାହାବି ସବୁ ଅଳଙ୍କାର ରହିଛି ସେଗୁଡ଼ିକର ସମ୍ପୂର୍ଣ୍ଣ ଭିଡିଓଗ୍ରାଫି, ଫୋଟୋଗ୍ରାଫି ଏବଂ ଆବଶ୍ୟକ ସ୍ଥଳେ ଥ୍ରିଡିମ୍ୟାପିଂ କରାଯିବ ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି ।


















Leave a Reply