କଟକର ଏସସିବି ବଡ଼ ମେଡିକାଲ କଲେଜ ଓ ହସ୍ପିଟାଲର ଆଶୁ ଚିକିତ୍ସା ବିଭାଗର ଟ୍ରମା କେୟାର ଆଇସିୟୁରେ ଗତ ବିଳମ୍ବିତ ରାତିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ରାତି ପ୍ରାୟ ୨ଟା ୩୦ ମିନିଟ୍ ସମୟରେ ପ୍ରଥମ ମହଲାରେ ହଠାତ୍ ନିଆଁ ଲାଗିଥିବା ସୂଚନା ମିଳିଛି । ଫଳରେ ହସ୍ପିଟାଲ ପରିସରରେ ଆତଙ୍କ ସୃଷ୍ଟି ହୋଇଥିଲା । ଏହି ଅଗ୍ନିକାଣ୍ଡରେ ପ୍ରାୟ 10 ଜଣ ରୋଗୀଙ୍କ ମୃତ୍ୟୁ ହୋଇଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି । ମୃତକଙ୍କ ପରିବାରବର୍ଗଙ୍କ ପାଇଁ 25 ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିବା ସହ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
SCB ଅଗ୍ନିକାଣ୍ଡ ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଟେଲିଫନ୍ ଯୋଗେ କଥା ହୋଇଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତ ପ୍ରଭାବିତଙ୍କ ପାଇଁ ଗ୍ରହଣ କରାଯାଇଥିବା ଜରୁରୀକାଳୀନ ପଦକ୍ଷେପ, ସ୍ଥାନାନ୍ତର ପ୍ରକ୍ରିୟା ଏବଂ ସେମାନଙ୍କୁ ଯୋଗାଇ ଦିଆଯାଉଥିବା ସ୍ୱତନ୍ତ୍ର ଚିକିତ୍ସା ସେବା ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି ।
ଗତ ବିଳମ୍ବିତ ରାତିରେ ରାଜ୍ୟର ସର୍ବବୃହତ ମେଡ଼ିକାଲ କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ୍ କଲେଜ ଓ ହସ୍ପିଟାଲର ଟ୍ରମା କେୟାରର ଆଇସିୟୁରେ ବଡ଼ ଅଗ୍ନିକାଣ୍ଡ ଘଟିଛି । ଏହାର ଖବର ପାଇ ବଡ ମେଡିକାଲର ଅଗ୍ନିଶମ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁ ନିୟନ୍ତ୍ରଣ ପାଇଁ ଉଦ୍ୟମ ଆରମ୍ଭ କରିଥିଲେ । ପରେ ଅତିରିକ୍ତ ଭାବେ ତିନୋଟି ଅଗ୍ନିଶମ ଗାଡି ଲାଗି ନିଆଁକୁ ଆୟତ୍ତ କରାଯାଇଥିଲା । ସୁରକ୍ଷା ଦୃଷ୍ଟିରୁ ଆଇସିୟୁରେ ଭର୍ତ୍ତି ଥିବା ରୋଗୀମାନଙ୍କୁ ତୁରନ୍ତ ସ୍ଥାନାନ୍ତର କରାଯାଇଥିଲା। ୧୦ରୁ ଅଧିକ ଗୁରୁତର ରୋଗୀଙ୍କୁ ନ୍ୟୁ ମେଡିସିନ ଆଇସିୟୁକୁ ସ୍ଥାନାନ୍ତର କରି ଚିକିତ୍ସା ଜାରି ରଖାଯାଇଛି ।
ସେପଟେ ଘଟଣା ସ୍ଥଳରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସ୍ୱାସ୍ଥ୍ୟ ସଚିବ, କଟକ ଜିଲ୍ଲାପାଳ ଏବଂ କଟକ ଡିସିପି ପହଞ୍ଚି ସ୍ଥିତିର ସମୀକ୍ଷା କରିବା ସହ ସହ ଆହତମାନଙ୍କୁ ଭେଟ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିଛନ୍ତି। ଆପାତକାଳୀନ ବ୍ୟବସ୍ଥା ସୁବିଧା ପାଇଁ ହସ୍ପିଟାଲ ସମ୍ମୁଖୀନ ମୁଖ୍ୟ ରାସ୍ତାକୁ କଡା ଭାବରେ କର୍ଡନ୍ କରାଯାଇଛି । ଏହି ଘଟଣାରେ 10 ଜଣ ରୋଗୀଙ୍କ ମୃତ୍ୟୁ ହୋଇଥିବା ବେଳେ ସେମାନଙ୍କ ପରିବାର ପାଇଁ 25 ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିବା ସହ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

















Leave a Reply